ଭୁବନେଶ୍ୱର: ସ୍ୱର୍ଗଦ୍ୱାରରେ ଏଣିକି ଗଛ କାଠ ବଦଳରେ ଗୋବର କାଠ ବା ଘସିରେ ହେବ ଶବ ଦାହ| ଏନେଇ ଯୋଜନା ପ୍ରସ୍ତୁତି କରୁଛି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ| ଏନେଇ ପ୍ରାରମ୍ଭିକ ଆଲୋଚନା ଆରମ୍ଭ ହୋଇଛି| ହିନ୍ଦୁ ଶାସ୍ତ୍ର ଅନୁଯାଇ ଗୋବରକୁ ଶବ ଦାହରେ ବ୍ୟବହାର କରାଯିବ| ସ୍ୱର୍ଗ ଦ୍ୱାର କମିଟି ସହ ଆଲୋଚନା କରାଯିବ| ବିଭିନ୍ନ ସାମାଜିକ ଅନୁଷ୍ଠାନ, ଗୋଶାଳା କରିଥିବା ବ୍ୟକ୍ତି ସହ ଆଲୋଚନା କରାଯିବ| ଖୁବ ଶୀଘ୍ର ବିଚାର ବିମର୍ଶ କରି ପଦକ୍ଷେପ ନେବେ ସରକାର| ଗୋମାତା ସୁରକ୍ଷା, ଗୋଶାଳା ବୃଦ୍ଧିକୁ ବି ସରକାର ଗୁରୁତ୍ଵ ଦେଉଛନ୍ତି| ଗୋ ସୁରକ୍ଷା ଓ ଗୋ ମୁତ୍ର ଓ ଗୋବରର ସଦୁପଯୋଗ କ୍ଷେତ୍ରରେ ବିଚାର ବିମର୍ଶ ପାଇଁ ଗଠିତ ହେବ କମିଟି| ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରାଯିବ| ୫ ଜଣ ମନ୍ତ୍ରୀ ଓ ୫ ଜଣ ସଚିବ କମିଟିର ସଦସ୍ୟ ରହିବେ| ଗୋମାତା ସୁରକ୍ଷା,ଗୋଶାଳା ବୃଦ୍ଧି, ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ସରକାର କାମଧେନୁ ଯୋଜନା ଆରମ୍ଭ ହୋଇଛି |