ଛତିଶଗଡ : ଛତିଶଗଡ କୋଣ୍ଡାଗାଓ ଜିଲ୍ଲାରେ ଏନକାଉଣ୍ଟର । ଛତିଶଗଡ଼ ନାରାୟଣପୁର ସୀମାନ୍ତ କୋଣ୍ଡାଗାଁରେ ଏନ୍କାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ ହୋଇଛନ୍ତି।। ମୃତ ଦୁଇ ମାଓବାଦୀ ହେଉଛନ୍ତି ପୂର୍ବ ବସ୍ତର ଡିଭିଜନର DVCM ହଳଧର ଓ ACM ରାମେ । ହଳଧରଙ୍କ ମୁଣ୍ଡ ଉପରେ ପୁର୍ବରୁ ଛତିଶଗଡ ସରକାର ୮ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିବା ବେଳେ ରାମେଙ୍କ ମୁଣ୍ଡ ଉପରେ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ ।
ଘଟଣାସ୍ଥଳରୁ ଗୋଟିଏ AK47 ସହ ବିପୁଳ ପରିମାଣର ମାଓ ବିସ୍ପୋରକ ସାମଗ୍ରୀ ଜବତ କରିଛି ପୋଲିସ । ଅଧିକ ମାଓବାଦୀ ମୃତାହତ ଆଶଙ୍କାରେ ଏବେବି ସର୍ଚ୍ଚ ଅପରେସନ ଜାରି ରହିଛି । DRG ଜବାନଙ୍କ କୁମ୍ବିଙ୍ଗ ଅପରେସନ ବେଳେ ଏହି ସଫଳତା ମିଳିଛି । ଏନକାଉଣ୍ଟର ନେଇ ସୂଚନା ଦେଇଛନ୍ତି ବସ୍ତର ଆଇଜି।