ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ବୈଦେଶିକ ବ୍ୟାପର ମନ୍ତ୍ରୀ ଏସ ଜୟଶଙ୍କର

0

ପୁରୀ :  ପ୍ରବାସୀ ଭାରତୀୟ ଦିବସରେ ଯୋଗ ଦେବାକୁ ଓଡ଼ିଶା  ଗସ୍ତରେ ଆସିଛନ୍ତି ବୈଦେଶିକ ବ୍ୟାପର ମନ୍ତ୍ରୀ ଏସ ଜୟଶଙ୍କର  । ଆଜି ସେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ସିଂହ ଦ୍ଵାର ନିକଟରେ ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ତାଙ୍କୁ ସ୍ୱାଗତ କରାଯାଇଥିଲା ।  ଏହି ଅବସରରେ ବରିଷ୍ଠ ସେବାୟତ ପୁରୀ ଜିଲ୍ଲାପାଳ, ଏସପିଙ୍କ ସମେତ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।  ଏହା ପୂର୍ବରୁ ସୂର୍ଯ୍ୟ ମନ୍ଦିର ବୁଲି ଦେଖିଥିଲେ ଜୟଶଙ୍କର । ପରେ ଭୁବନେଶ୍ଵର ଶାନ୍ତିସ୍ତୁପ ଧଉଳି ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି ।

ସୂଚନା ଅନୁଯାୟୀ,  ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଏସ ଜୟଶଙ୍କର । ସୋମବାର ଦିନ ସନ୍ଧ୍ୟାରେ ବୈଦେଶୀକ ମନ୍ତ୍ରୀ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ । ୪ ଦିନ ସେ ଓଡ଼ିଶାରେ ରହିବେ ।  ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଜନତା ମଇଦାନରେ ଅନୁଷ୍ଟିତ ପ୍ରଭାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ହେଲେ ସାମିଲ ।