ନୂଆଁଖାଇରେ ଚାଷୀଙ୍କୁ ମିଳିବ କାଳିଆ ଟଙ୍କା

0

ଭୁବନେଶ୍ୱର: ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ । ଗଣପର୍ବ ପାଇଁ ସମସ୍ତେ ପ୍ରସ୍ତୁତ । ଚାଷୀ ତାର ପ୍ରଥମ ଅମଳ ଧାନକୁ ନିଜ ଇଷ୍ଟଦେବୀଙ୍କ ପାଖରେ ଅର୍ପଣ କରିବ । ଏହି ଅବସରରେ ଚାଷୀଙ୍କୁ ମିଳିବ କାଳିଆ ଟଙ୍କା | ୪୪ ଲକ୍ଷରୁ ଉର୍ଦ୍ଧ୍ୱ ଚାଷୀଙ୍କୁ ସହାୟତା ମିଳିବ | ଏଥିରେ କ୍ଷୁଦ୍ର ଓ ନାମମାତ୍ର ଏବଂ ଭୂମିହୀନ ଚାଷୀ ଉପକୃତ ହେବେ | ଚାଷୀଙ୍କ ଆକାଉଣ୍ଟକୁ ୨ହଜାର ଲେଖାଏଁ ଦିଆଯିବ | ୯୦୦ କୋଟି ଟଙ୍କାର ସହାୟତା ରାଶି ଡିବିଟି ମାଧ୍ୟମରେ ହସ୍ତାନ୍ତର ହେବ |