ଭୁବନେଶ୍ବର: ଭୁବନେଶ୍ବର ପଳାଶୁଣି ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଘଟଣା ସ୍ଥଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ମୃତକଙ୍କର ପରିଚୟ ମିଳିପାରି ନାହିଁ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ୍ ଆରମ୍ଭ କରିଛି ।
ସୂଚନା ଅନୁଯାୟୀ , ପଳାସୁଣୀ ଛକରେ ଶନିବାର ବିଳମ୍ବିତ ରାତିରେ ତିନୋଟି ଟ୍ରକ ଜଣଙ୍କ ଉପରେ ଚଢିଯିବାରୁ ତାଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ପରିଚୟ ମିଳି ପାରିନଥିବା ବେଳେ ଘଟଣା ସ୍ଥଳରେ କିଛି ସମୟ ପାଇଁ ରାସ୍ତା ଅବରୋଧ କରିଥିଲେ ସ୍ଥାନିୟ ଲୋକେ । ଖବର ପାଇ ମଞ୍ଚେଶ୍ୱର ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ôଚ ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲା । ତେବେ ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ ଶରୀୀ ଗୁରୁତର ଭାବରେ ବିକୃତ ହୋଇଯାଇଥିଲା । ପରେ ମଞ୍ଚେଶ୍ୱର ଥାନା ପୋଲିସ ମୃତଦେହକୁ ପୋଷ୍ଟମର୍ଟମ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଇଥିବା କୁହାଯାଉଛି ।