ବଡ଼ଓଷାରେ ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର

0

କଟକ: ଆଜି କାର୍ତ୍ତିକ ମାସର ବଡ ପର୍ବ ବଡ଼ ଓଷା। ବଡ଼ଓଷାରେ ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର । ଆଜି ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ବାବା ଧବଳେଶ୍ୱରଙ୍କ ପାଖରେ ଲାଗି ହେବ ଗଜଭୋଗ ଓ ତରଣ। ବଡ଼ ଓଷା ତଥା କାର୍ତ୍ତିକ ବ୍ରତ କରିଥିବା ଭକ୍ତ ଓ ଶ୍ରଦ୍ଧାଳୁମାନେ ଗଜଭୋଗ ଓ ତରଣ ପାଇବା ପରେ ବ୍ରତ ଶେଷ କରିଥାନ୍ତି। ତେଣୁ ବଡ଼ଓଷା ପାଇଁ ଧବଳେଶ୍ୱରଙ୍କ ପୀଠ ଲୋକାରଣ୍ୟ । ରାତ୍ର ୩ଟାରେ ପହଡ଼ ଖୋଲାଯାଇ ସମସ୍ତ ପ୍ରକାର ନିତିକାନ୍ତି ସରିବା ପରେ ସାଧାରଣ ଦର୍ଶନ ନିମନ୍ତେ ଦ୍ୱାରଫିଟା ଯାଇଥିଲା।

ଆଜି ରାତି ୩ଟାରେ ଦ୍ଵାର ଫିଟାଯାଇ୧୦୮ ଗରା ଜଳରେ ମହାସ୍ନାନ କରାଯାଇ, ମଇଲମ, ମଙ୍ଗଳ ଆଳତୀ ଆଦି ସମସ୍ତ ନୀତିକାନ୍ତି ପରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ଦର୍ଶନ ପାଇଁ ଛଡ଼ା ଯାଇଥିଲା। ଆଜି ମଧ୍ୟ ରାତ୍ରରେ ଗଜ ଭୋଗ ଲାଗି ହେବା ପରେ ତାହାକୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ବିତରଣ କରାଯିବ। ଶାନ୍ତିଶୃଙ୍ଖଳା ଦର୍ଶନ ପାଇଁ ପୀଠରେ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି ।