ଆଜି ଭାରତୀୟ ରିଜର୍ଭ ବ୍ୟାଙ୍କର କେନ୍ଦ୍ରୀୟ ବୋର୍ଡ ବୈଠକ

0

(ରିପୋର୍ଟସ ଟୁଡ଼େ)ନୂଆ ଦିଲ୍ଲୀ: ଆଜି ଭାରତୀୟ ରିଜର୍ଭ ବ୍ୟାଙ୍କର କେନ୍ଦ୍ରୀୟ ବୋର୍ଡ ବୈଠକ। ଏହି ବୈଠକରେ ଅର୍ଥମନ୍ତ୍ରୀ ଅରୁଣ ଜେଟଲି ଯୋଗଦେଇ ସଦସ୍ୟମାନଙ୍କୁ ଉଦବୋଧନ ଦେବେ। ଅନ୍ତରୀଣ ବଜେଟରେ ନିଆଯାଇଥିବା ପଦକ୍ଷେପ ସଂପର୍କରେ ସଦସ୍ୟମାନଙ୍କୁ ଅବଗତ କରାଇବେ।
ରିଜର୍ଭ ବ୍ୟାଙ୍କ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ପ୍ରଦାନ କରାଯିବାକୁ ଥିବା ଅନ୍ତରୀଣ ଲାଭାଶଂ ସଂପର୍କରେ ବୈଠକରେ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। ରିଜର୍ଭ ବ୍ୟାଙ୍କର ଆର୍ଥିକ ସ୍ଥିତିକୁ ଦୃଷ୍ଟିରେ ରଖି ସରକାର ଆରବିଆଇ ଠାରୁ ୨୦୧୮-୧୯ ଆର୍ଥିକ ବର୍ଷ ପାଇଁ ୨୮ହଜାର କୋଟି ଟଙ୍କାର ଅନ୍ତରୀଣ ଲାଭାଂଶ ପାଇବା ଆଶା ରଖିଛନ୍ତି। ରିଜର୍ଭ ବ୍ୟାଙ୍କର କେନ୍ଦ୍ରୀୟ ବୋର୍ଡରେ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ମିଶାଇ ୧୮ଜଣ ସଦସ୍ୟ ରହିଛନ୍ତି।