ଝାଡଖଣ୍ଡର ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ : ଚାଲିଛି ମତଦାନ

0

ଝାଡ଼ଖଣ୍ଡ : ମତ ଦେଇ ନେତା ବାଛୁଛି ଝାଡଖଣ୍ଡ । ଆଜି ଝାଡଖଣ୍ଡର ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ । ଏହି ପ୍ରଥମ ପ୍ରର୍ଯ୍ୟାୟରେ ୪୩ ଟି ସିଟ୍ରେ ହେଉଛି ନିର୍ବାଚନ । ତେଣୁ ଆଜି ସକାଳ ୭ ଟାରୁ ମତଦନା ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୫ ଟା ପର୍ଯ୍ୟନ୍ତ ମତସାବ୍ୟସ୍ତ କରିରେ ଝାଡଖଣ୍ଡ ବାସୀ ।
ସେପପଟେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମଇଦାନରେ ଅଛନ୍ତି ୬୮୩ ପ୍ରାର୍ଥୀ। ସେମାନଙ୍କ ମଧ୍ୟରୁ ୬୦୯ ଜଣ ପୁରୁଷ ପ୍ରାର୍ଥୀ ଥିବା ବେଳେ ୭୩ ମହିଳା ପ୍ରାର୍ଥୀଙ୍କ ସମେତ ଜଣେ ତୃତୀୟ ଲିଙ୍ଗି ପ୍ରାର୍ଥୀ ହୋଇଛନ୍ତି। ମତଦାନ ପାଇଁ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ୧୫ ହଜାର ପୋଲିଂ ଷ୍ଟେସନ ପ୍ରତିଷ୍ଠା ହୋଇଛି। ଝାଡ଼ଖଣ୍ଡ ପୋଲିସ ସହ ବିଏସଏଫ ଓ ସିଆରପିଏଫଙ୍କୁ ସୁରକ୍ଷା ଦାୟିତ୍ୱରେ ନିୟୋଜିତ କରାଯାଇଛି। ସବୁଠି ଜେଏମଏମ-କଂଗ୍ରେସ ମେଣ୍ଟକୁ ଟକ୍କର ଦେଉଛି ଭାରତୀୟ ଜନତା ପାର୍ଟି।
ଏହି ପ୍ରଥମ ପ୍ରର୍ଯ୍ୟାୟରେ ଷଡ଼େଇକଳାରୁ ବିଜେପିର ଚମ୍ପାଇ ସୋରେନ, ରାଞ୍ଚିରୁ ଶାସକ ଜେଏମଏମର ମହୁଆ ମାଜି, ଜାମସେଦପୁରରୁ କଂଗ୍ରେସର ବାନା ଗୁପ୍ତା, ଜଗନ୍ନାଥପୁରରୁ ବିଜେପିର ଗୀତା କୋଡ଼ା, ଜାମସେଦପୁର ଇଷ୍ଟରୁ କଂଗ୍ରେସର ଅଜୟ କୁମାର, ଚକ୍ରଧରପୁରରୁ ଜେଏମଏମରୁ ସୁଖରାମ ଓରାନ୍। ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଓଡ଼ିଶାର ରାଜ୍ୟପାଳ ରଘୁବର ଦାସଙ୍କ ବୋହୂ ପୂର୍ଣ୍ଣିମା ଦାସ ସାହୁଙ୍କୁ ଜାମସେଦପୁର ଇଷ୍ଟରୁ ଙ୍କ ହେଉଛି ଭାଗ୍ୟ ପରୀକ୍ଷା ।