ଭୁବନେଶ୍ବର : ରାଜଧାନୀ ଭୁବନେଶ୍ୱରର ଏକାମ୍ର କାନନସ୍ଥିତ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ରରେ ଆୟୋଜିତ ବାର୍ଷିକ ପୁଷ୍ପ ପଦର୍ଶନୀ ଆଜି ସରିବ ନାହିଁ । ରାଜ୍ୟ ସରକାରଏହି ପଦର୍ଶନୀକୁ ଆହୁରି ଗୋଟିଏ ଦିନ ବଢାଇଛନ୍ତି। ଏକାମ୍ର କାନନରେ ଆୟୋଜିତ ବାର୍ଷିକ ପୁଷ୍ପ ପଦର୍ଶନୀ ଆସନ୍ତା ୧୨ ତାରିଖ ପର୍ୟ୍ୟନ୍ତ ଜାରି ରହିବ । ଲୋକଙ୍କ ଉତ୍ସାହକୁ ଦୃଷ୍ଟିରେ ରଖି ଆଉ ଗୋଟିଏ ଦିନ ଅବଧି ବଢାଯାଇଛି । ଏ ନେଇ ଘୋଷଣା କଲେ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ । ତେବେ ୧୧ ତାରିଖରେ ସରିବାକୁ ଥିବା ଏହି ପ୍ରଦର୍ଶନୀ ଗୋଟିଏ ଦିନ ବଢ଼ାଇ ୧୨ ତାରିଖରେ ଶେଷ କରିବାକୁ ନିଷ୍ପତ୍ତି ନିଆଯାଇଛି ।