ଜୟପୁର: ବିଜେଡି ପୂର୍ବତନ ମନ୍ତ୍ରୀ ରବି ନାରାୟଣ ନନ୍ଦ ଅସୁସ୍ଥ । ପ୍ରଥମେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ବିଶାଖାପାଟଣା ସ୍ଥାନାନ୍ତର ସେଠାରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ପରେ ବିଶାଖାପାଟଣାସ୍ଥିତ ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିବା ବରିଷ୍ଠ ବିଜେଡି ନେତ୍ରୀ ତଥା ରବି ନାରାୟଣ ନନ୍ଦଙ୍କ ପତ୍ନୀ ଡ. ଇନ୍ଦିରା ନନ୍ଦ ସୂଚନା ଦେଇଛନ୍ତି । ହଠାତ୍ ଅସୁସ୍ଥ ଅନୁଭବ କରିବାରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ନିଆଯାଇଥିଲା । ସୂଚନା ଅନୂଯାୟୀ ଦକ୍ଷିଣ ଓଡ଼ିଶାର ନାମି ଦାମି ଜଣେ ଟାଣୁଆ ନେତା ଭାବରେ ରବିନାରାୟଣ ନନ୍ଦ ପରିଚିତ । ତିନି ଥର ବିଧାୟକ ଭାବରେ ସେ ନିର୍ବାଚନରେ ବିଜୟୀ ହୋଇଛନ୍ତି । ସେ ୨୦୦୦, ୨୦୦୪ ଓ ୨୦୦୯ ମସିହାରେ ହୋଇଥିବା ଓଡ଼ିଶା ବିଧାନସଭା ନିର୍ବାଚନରେ ଜୟପୁର ନିର୍ବାଚନ ମଣ୍ଡଳୀରୁ ବିଧାୟକ ହୋଇଥିଲେ। ୨୦୦୪ରେ ରବି ନନ୍ଦ ଜଳସେଚନ ରାଷ୍ଟ୍ରମନ୍ତ୍ରୀ ଥିଲେ। ସେହିପରି ୨୦୦୯ରେ ସେ ଗଣଶିକ୍ଷାମନ୍ତ୍ରୀ ହୋଇଥିଲେ । ହଠାତ୍ ଅସୁସ୍ଥ ଅନୁଭବ କରିବାରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ଭର୍ତ୍ତି କରାଯାଇଥିଲା ।