ବିଜେପିରେ ସାମିଲ ହେଲେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍

0

ନୂଆଦିଲ୍ଲୀ: ପଦ୍ମ ଧରିଲେ ଚମ୍ପାଇ ସୋରେନ । ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍ ବିଜେପିରେ ସାମିଲ ହୋଇଛନ୍ତି। ତେବେ ଆଜି ରାଞ୍ଚିରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଜେପିରେ ସାମିଲ ହୋଇଥିବା ସୂଚନା ରହିଛି । ତେବେ ଏହି ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂହ ଚୌହାନ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ଵଶର୍ମା ଓ ଝାଡ଼ଖଣ୍ଡ ବିଜେପି ସଭାପତି ବାବୁଲାଲ ମାର୍ଣ୍ଡି ପ୍ରମୁଖ ଉପସ୍ଥିତ ଥିଲେ।
ସୂଚନା ଅନୁଯାୟୀ, ଗତ ଅଗଷ୍ଟ ୨୮ ତାରିଖରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାରୁ ଇସ୍ତଫା ଦେଇଥିଲେ ଚମ୍ପାଇ ସୋରେନ୍ । ଏହାପରେ ସେ ଦିଲ୍ଲୀରେ ବିଜେପି ନେତୃତ୍ଵଙ୍କୁ ଭେଟିଥିଲେ।