ଭୁବନେଶ୍ୱର: ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ପରଲୋକ । ଗଞ୍ଜାମ ଜିଲ୍ଲା ପୋଲସରା ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ନିରଜଂନ ପ୍ରଧାନଙ୍କ ପରଲୋକ ।ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା । ଦୀର୍ଘଦିନ ଧରି ଅସୁସ୍ଥତା ହେତୁ ସେ ଭୂବନେଶ୍ବର ର ଏକ ଘରୋଇ ମେଡ଼ିକାଲ ରେ ପରଲୋକ ହୋଇଛି। ସେ 2004 ରୁ 2014 ପର୍ଯ୍ୟନ୍ତ ବିଜେଡିରୁ ବିଧାୟକ ହୋଇଥିଲେ ।
୧୯୭୯ରେ ରାଜନୀତିରେ ପ୍ରବେଶ କରିଥିଲେ ନିରଞ୍ଜନ । ୧୯୮୦ରେ ଘୋଡ଼ାପଲାଣରୁ ସରପଞ୍ଚ ଭାବେ ଲଢି ବିଜୟୀ ହୋଇଥିଲେ । ଏହାପରେ ୧୯୯୦ରୁ ୧୯୯୩ ମଧ୍ୟରେ ସେ ପୋଲସରା ବ୍ଲକ ଅଧ୍ୟକ୍ଷ ରହିଥିଲେ । ୧୯୯୫ ରେ କୋଦାଳ ନିର୍ବାଚନ ମଣ୍ଡଳୀରୁ ସ୍ବାଧୀନ ପ୍ରାର୍ଥୀ ଲଢି ପରାଜିତ ହୋଇଥିଲେ । ଏହାପରେ ବିଜେଡି ଟିକେଟରେ ୨୦୦୪ ଓ ୨୦୦୯ରେ ବିଧାୟକ ହୋଇଥିଲେ ନିରଞ୍ଜନ । ୨୦୧୯ରେ ନିରଞ୍ଜନ ବିଜେଡି ଛାଡି ବିଜେପିରେ ସାମିଲ ହୋଇଥିଲେ ।