ଜଳ ପରିଚାଳନାରେ ଦ୍ୱିତୀୟ ଶ୍ରେଷ୍ଠ ରାଜ୍ୟ ଭାବେ ଓଡିଶାକୁ ଚତୁର୍ଥ ଜାତୀୟ ଜଳ ପୁରସ୍କାର-୨୦୨୨ ପ୍ରଦାନ

0

ଗଞ୍ଜାମ: ଜଳ ପରିଚାଳନାରେ ଓଡିଶାକୁ ଦ୍ୱିତୀୟ ଶ୍ରେଷ୍ଠ ରାଜ୍ୟ ଭାବେ ମାନ୍ୟତା ଲାଭ କରିଛି । ତେଣୁ ଓଡିଶାକୁ ଚତୁର୍ଥ ଜାତୀୟ ଜଳ ପୁରସ୍କାର-୨୦୨୨ ପ୍ରଦାନ କରାଯାଇଛି । ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନରେ ଭାରତ ସରକାରଙ୍କ ଜଳଶକ୍ତି ମନ୍ତ୍ରାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ଉପରାଷ୍ଟ୍ରପତି ଏହି ପୁରସ୍କାର ପ୍ରଦାନ କରିଛନ୍ତି । ଜଳସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଏହି ପୁରସ୍କାର ଗ୍ରହଣ କରିଛନ୍ତି । ଏହାସହ ଦକ୍ଷ ଜଳସମ୍ପଦ ପରିଚାଳନା କ୍ଷେତ୍ରରେ ଓଡିଶାର ଗଞ୍ଜାମ ଜିଲ୍ଲା ଦେଶର ଶ୍ରେଷ୍ଠ ଜିଲ୍ଲା ଭାବେ ବିବେଚିତ ହୋଇଛି । ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କଠାରୁ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ପୁରସ୍କାର ଗ୍ରହଣ କରିଥିଲେ । ୩.୨ ଲକ୍ଷ ହେକ୍ଟର ଜମିରେ ଅତିରିକ୍ତ ଜଳସେଚନ ସୁବିଧା ସୃଷ୍ଟି କରାଯାଇ ୪ ଲକ୍ଷରୁ ଅଧିକ ଚାଷୀଙ୍କୁ ଜଳ ସୁରକ୍ଷା ଯୋଗାଇବା କ୍ଷେତ୍ରରେ ଉଲ୍ଲେଖନୀୟ କାମ ଆଜି ରାଜ୍ୟକୁ ଦେଇଛି ସଫଳତା ।