ପୁରୀ: ଆସନ୍ତାକାଲି ବୁଧବାର ମାଘ, କୃଷ୍ଣ ଦ୍ୱିତୀୟା ତିଥି । ତେଣୁ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ହେବ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହି ନୀତି ଏକ ଗୁପ୍ତ ନିତୀ ହୋଇଥିବାରୁ ୫ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।