ଭୁବନେଶ୍ୱର: ସୁନା ଦରକୁ ନେଇ ଚିନ୍ତାରେ ଗ୍ରାହକ । ହୁ ହୁ ହୋଇ ବଢୁଛି ସୁନା ଦର । ସୁନା ଦୋକାନରୁ ମୁହଁ ଫେରୋଉଛନ୍ତି ଲୋକେ । ଏହାରି ଭିତରେ ଆଜି ପୁଣି ବଢିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୮, ୧୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୮୯ ହଜାର ୯୫୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୮, ୧୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୯ ହଜାର ୯୫୦ ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୮, ୧୩୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୮୯, ୯୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୮, ୨୮୦ ଟଙ୍କା ଓ ୨୨ କ୍ୟାରେଟ୍ ୯୦,୧୦୦ ଟଙ୍କା ରହିଛି ।