ଭୁବନେଶ୍ୱର: ଚିନ୍ତାରେ ପକାଇଛି ସୁନା ଦର । ବାହାଘର ଋତୁ ଚାଲିଥିବା ବେଳେ ସୁନା କିଣିବା ମୁଣ୍ଡ ବିନ୍ଧାର କରାଣ ସାଜିଛି । ସେପହେ ହୁ ହୁ ହୋଇ ବଢିବାରେ ଲାଗିଛି ସୁନା ଦର । ପୁଣି ଆଜି ବୃଦ୍ଧି ପାଇଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୬ ହଜାର ୬୫୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୮୦ ହଜାର ୩୫୦ ଟଙ୍କା ଛୁଇଁଛି ।
ସେହିପରି ଆଜି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନାଦର ୮୦ ହଜାର ୩୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନାଦର ୮୭ ହଜାର ୬୫୦ ହୋଇଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୮୦,୩୫୦ ଟଙ୍କା ଓ ୮୭,୬୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୮୦, ୪୫୦ ଟଙ୍କା ଓ ୮୭, ୮୦୦ ଟଙ୍କା ରହିଛି ।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୮୦,୩୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୮୭, ୬୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୮୦,୩୫୦ ଟଙ୍କା ଓ ୮୭,୬୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୦, ୫୦୦ ଟଙ୍କା ହୋଇଛି ।