କାଲିଠାରୁ ସମ୍ପୂର୍ଣ୍ଣ ଭାବେ ପ୍ଲାଷ୍ଟିକ ବ୍ୟାନ

0

(ସୌମ୍ୟ ରଂଜନ ସେଠୀ) : ଅକ୍ଟୋବର ୨ରୁ ରାଜ୍ୟର ୫ ମହାନଗର ନିଗମ ଭୁବନେଶ୍ୱର, କଟକ, ବ୍ରହ୍ମପୁର, ରାଉରକେଲା ଓ ସମ୍ବଲପୁର ସମେତ ପୁରୀ ପୌରପାଳିକା ଅଞ୍ଚଳରେ ପ୍ଲାଷ୍ଟିକ ବ୍ୟବହାର ନିଷେଧ ହେବ ବୋଲି ଆଜି ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ପ୍ଲାଷ୍ଟିକ ନିଷେଧ ନେଇ ସେପ୍ଟେମ୍ବର ୫ରେ ଗେଜେଟ୍ ବିଜ୍ଞପ୍ତି ପ୍ରକାଶ ପାଇଥିବାବେଳେ ଏନେଇ ଲୋକଙ୍କ ମତାମତ ସଂଗ୍ରହ କରାଯାଇଥିଲା। ଏହାପରେ ଆଜି ନିର୍ଦ୍ଦେଶନାମା ଜାରି ହୋଇଛି। ଅକ୍ଟୋବର ୨୬ ପରେ ଏହି ସାମଗ୍ରୀ ମିଳିଲେ କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି କୁହାଯାଇଛି।