ଅଧିକ ଜଙ୍ଗଲ ସୃଷ୍ଟି କରିବା ପାଇଁ ସାଧାରଣ ଲୋକଙ୍କୁ ପ୍ରୋତ୍ସାହନ ରାଶି ଯୋଗାଇ ଦେବାକୁ ସରକାରଙ୍କ ନିଷ୍ପତ୍ତି

0

ଭୁବନେଶ୍ୱର:  ରାଜ୍ୟରେ ଜଙ୍ଗଲ ତୁଳନାରେ ଅଧିକ ହାତୀ ରହିଛନ୍ତି । ତେଣୁ ବର୍ତ୍ତମାନ ବିଭାଗ ଚିନ୍ତା କରୁଛି ଅଧିକ ଜଙ୍ଗଲ ସୃଷ୍ଟି କରିବା ଲାଗି । ବର୍ତ୍ତମାନ ଜଙ୍ଗଲ କେତେ ପରିମାଣରେ ରହିଛି ଆଉ କେତେ ଆବଶ୍ୟକ ରହିଛି ଵର୍ତମାନର ପରିସ୍ଥିତି ହାତୀଙ୍କୁ ସୁହାଉଛି କି ନାହିଁ ଏବଂ ସେମାନଙ୍କ ଖାଇବା ପିଇବା ରେ ଅସୁବିଧା ହେଉଛି କି ତାର ଅନୁଧ୍ୟାନ ବିଭାଗ କରୁଛି । ସମସ୍ତ ବିଶେଷଜ୍ଞ ଙ୍କ ସହ ଆଲୋଚନା କରି ଅଧିକ ପଦକ୍ଷେପ ନିଆଯିବ । ହେନ୍ତାଳ ବଣ ଠୁ ନେଇ ଗ୍ରାମ୍ୟ ଜଙ୍ଗଲ ବଢାଇବା ପାଇଁ ସରକାର ପଦକ୍ଷେପ ନେବା ସହ ଘରୋଇ ଲୋକଙ୍କୁ ମଧ୍ୟ ସାମିଲ କରାଯିବ ।  ଅଧିକ ଜଙ୍ଗଲ ସୃଷ୍ଟି କରିବା ପାଇଁ ସାଧାରଣ ଲୋକଙ୍କୁ ପ୍ରୋତ୍ସାହନ ରାଶି ଯୋଗାଇ ଦେବାକୁ ସରକାର ନିଷ୍ପତ୍ତି କରୁଛନ୍ତି ।

କେଉଁ କାରଣରୁ ରାଜ୍ୟରେ ଏତେ ସଂଖ୍ୟକ ହାତୀ ମରୁଛନ୍ତି ତାହାର ତଦନ୍ତ କରାଯାଉଛି । ଶିକାରୀ ଦ୍ୱାରା କି ବିଦ୍ୟୁତ ଦ୍ୱାରା ମରିଛନ୍ତି ତାହାର ତଦନ୍ତ କରାଯାଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ।