ଗୁଣ୍ଟୁର ଦୁର୍ଘଟଣା ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା

0

ଭୁବନେଶ୍ୱର (ରିପୋର୍ଟର୍ସ ଟୁଡେ) : ଗୁଣ୍ଟୁରରେ ବିଦ୍ୟତ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ମୃତ ଶ୍ରମିକଙ୍କ ପାଇଁ ନବୀନ ପଟ୍ଟନାୟକ ୨ ଲକ୍ଷ ଟଙ୍କା ଲେଖାଏ ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କରିଛନ୍ତି । ଆନ୍ଧ୍ରପ୍ରଦେଶ ଗୁଣ୍ଟୁର ଜିଲ୍ଲା ଲଙ୍କଭାନିଦିବା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ ଗତକାଲି ବିଳମ୍ବିତ ରାତିରେ ଅଘଟଣ ଘଟିଛି। ବିଦ୍ୟୁତ୍ ସଟସର୍କିଟ୍ ଯୋଗୁ ଅଗ୍ନିକାଣ୍ଡ ଘଟି ୬ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଗୁଣପୁର ବ୍ଲକ୍ ଭୀମପୁର ପଞ୍ଚାୟତ ଝୁମ୍ପାପୁର ଗ୍ରାମର ରାମମୂର୍ତ୍ତି ଗମାଙ୍ଗ, ଫୁଲପୁଟି ଗ୍ରାମର ପାଣ୍ଡବ ଶବର, ମୋହନ ଶବର, କରୁଣାକର ଶବର, ଗୁଣପୁର ପୌର ପରିଷଦ ମୋତିଲାଲ ନଗରର ନବୀନ ଶବର ଓ ଗଜପତି ଜିରାଙ୍ଗର ମହେନ୍ଦ୍ର ଶବର। ମୃତକଙ୍କ ମଧ୍ୟରେ ୪ ଜଣ ନାବାଳକ ଥିବା ଜଣା ପଡିଛି। ଗୁଣ୍ଟୁର ପୁଲିସ୍ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଗୁଣ୍ଟୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରଖିଛି ।