ରାଜ୍ୟରେ ୯ ଜିଲ୍ଲାକୁ କୁଆପଥର ବର୍ଷା ନେଇ ଆଲର୍ଟ

0

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୨୪ ଘଣ୍ଟାରେ କୁଆପଥର ବର୍ଷା ସମ୍ଭାବନା ।୯ ଜିଲ୍ଲାକୁ କୁଆପଥର ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି । ଏହାସହ ୩ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ୧୧ଜିଲ୍ଲାକୁ ଝଡ ପବନ ନେଇ ୟେଲୋ ଆଲର୍ଟ ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ରାଜ୍ୟରେ ବିଜୁଳି –ଘଡଘଡି ସହ ବର୍ଷା ପବନ ହେବ । ଆଜି ଏନେଇ ୫ଜିଲ୍ଲା ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ମୟୂରଭଞ୍ଜ ଏବଂ କେନ୍ଦୁଝରକୁ ସତର୍କ ଜାରି କରାଯାଇଛି । ଏହି ଜିଲ୍ଲାର କିଛି କିଛି ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି । ଏହା ସହ ୫୦ରୁ ୬୦ କିମି ବେଗରେ ପବନ ବହିବାର ସମ୍ଭାବନା ମଧ୍ୟ ରହିଛି ।