(ରିପୋଟର୍ସ ଟୁଡ଼େ / ଭୁବନେଶ୍ୱର): ରସୁଣ ଏକ ଗୁଳ୍ମ ଜାତୀୟ ଉଦ୍ଭିଦ। ଏହା ଏକ ଭଲ ମସଲା ଭାବେ ମଧ୍ୟ ଲୋକପ୍ରିୟ। ଅଧିକାଂଶ ଖାଦ୍ୟ ବନେଇବା ସମୟରେ ରସୁଣର ବ୍ୟବହାର କରିଥାନ୍ତି । କେବଳ ରୋଷେଇ ନୁହେଁ ବରଂ ଔଷଧ ଭାବେ ମଧ୍ୟ ରସୁଣର ବ୍ୟବହାର ହୋଇଥାଏ ।
ଆପଣ ଜାଣନ୍ତିକି ରସୁଣ ଉପକାରୀ ବିଷୟରେ :-
୧ – ଔଷଧ ଭଳି କାମ କରେ – ରସୁଣ ଖାଇବା ଦ୍ୱାରା ଶରୀରରୁ ବିଷାକ୍ତ ପଦାର୍ଥ ସହଜରେ ସଫା ହୋଇଥାଏ । ଅର୍ଥାତ୍ ପେଟକୁ ପରିଷ୍କାର ରଖିବାରେ ରସୁଣ ଏକ ଔଷଧ ଭଳି କାମ କରିଥାଏ ।
୨- ବ୍ୟାକ୍ଟେରିଆ ନଷ୍ଟ କରେ– ରସୁଣ ଖାଇବା ଦ୍ୱାରା ପେଟ ସମସ୍ୟା ହୋଇନଥାଏ । ଏହା ଦ୍ୱାରା ପେଟରେ ଥିବା ବ୍ୟାକଟେରିଆ ନଷ୍ଟ ହୋଇଥାନ୍ତି ।
୩- ଥଣ୍ଡାଦିନରେ ଉପକାରୀ – ଯଦି ଥଣ୍ଡାଦିନରେ ଶିରା ପ୍ରଶିରା ଝିମଝିମ ହୋଇଥାଏ ତେବେ ରସୁଣ ଖାଇବା ଏଥିରୁ ଉପଶମ ମିଳିଥାଏ ।
୪- ଉଚ୍ଚ ରକ୍ତଚାପ ବେଳେ –ଯଦି ଉଚ୍ଚ ରକ୍ତଚାପ ସମସ୍ୟା ଥାଏ ,ତେବେ ରସୁଣକୁ ଖାଲି ପେଟରେ ଖାଇବା ଲାଭଦାୟକ ରହିବ ।
୫- ରକ୍ତ ସଂଚାଳନ ଠିକ୍ ହୁଏ– ଖାଲି ପେଟରେ ରସୁଣ ଖାଇବା ଦ୍ୱାରା ରକ୍ତ ସଂଚାଳନ ଠିକ ଭାବେ ହୋଇଥାଏ ଏବଂ ହୃଦୟ ସହ ଜଡିତ ରୋଗ ହେବାର ଆଶଙ୍କା କମ୍ ଥାଏ ।
ରସୁଣ ଖାଇବା ଦ୍ୱାରା ଶରୀରକୁ ଅନେକ ଲାଭ ମିଳିଥାଏ। ପୁରୁଷମାନେ ଖାଲି ପେଟରେ ରସୁଣ ଖାଇଲେ ଅନେକ
ଉପକାର ପାଇଥାନ୍ତି। ରସୁଣରେ ଥିବା ପ୍ରାକୃତିକ ଆଣ୍ଟି ବାୟୋଟିକ ଅନେକ ସଂକ୍ରମଣ ଠାରୁ ସୁରକ୍ଷା ଦେଇଥାଏ ।