(ରିପୋର୍ଟରସ ଟୁଡେ,ଭୁବନେଶ୍ୱର): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ୱେଲ୍ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି । ଯାହାର ପ୍ରଭାବରେ ଆଜି ଏବଂ ଆସନ୍ତାକାଲି ଠାରୁ ବର୍ଷାର ପରିମାଣ ବଢ଼ିବ । ଯାହା ଫଳରେ ରାଜ୍ୟର ଅଧିକାଂଶ ଜିଲ୍ଳାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୯ ଜିଲ୍ଳା ପାଇଁ ରେଡ୍ ୱାର୍ଣ୍ଣି, ୧୧ ଜିଲ୍ଳା ପାଇଁ ଅରେଞ୍ଜ ଏବଂ ୮ ଜିଲ୍ଳାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି ।
ଆସନ୍ତାକାଲି ପାଇଁ ରେଡ୍ ୱାର୍ଣ୍ଣି ଜାରି କରାଯାଇଥିବା ଜିଲ୍ଲା ଗୁଡିକ ହେଲା- ସମ୍ବଲପୁର, ସୋନପୁର, ଝାରୁସୁଗୁଡା, ବରଗଡ, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, ସୁନ୍ଦରଗଡ ଓ ଦେବଗଡ । ତେବେ ପ୍ରବଳ ବର୍ଷା ଯୋଗୁଁ ୨୭ ତାରିଖ ଯାଏଁ ମତ୍ସଜୀବୀଙ୍କୁ ସମୂଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।