୭ରୁ ୯ ତାରିଖ ମଧ୍ୟରେ ଦକ୍ଷିଣ ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା

0

ଭୁବନେଶ୍ୱର: ବର୍ଷାରେ ଭିଜିବ ଗଣେଶ ପୂଜା । ଉତ୍ତର ଆନ୍ଧ୍ର ପ୍ରଦେଶରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି । ଅପରାହ୍ନ ୪ଟାରେ ବିଶାଖାପାଟଣା ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏହା ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟରେ ୭ରୁ ୯ ତାରିଖ ମଧ୍ୟରେ ଦକ୍ଷିଣ ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ପ୍ରବଳ ବର୍ଷା ସମ୍ଭାବନା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।  ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ୭ ତାରିଖରୁ ବଢିବ ବର୍ଷାର ପରିମାଣ ।  ଘଡ଼ଘଡ଼ି ସହ ବର୍ଷା ନେଇ ୧୮  ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ବର । ସେଥିମଧ୍ୟରେ ରହିଛି ବାଲେଶ୍ୱର,   ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼,  ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି,   ନୂଆପଡ଼ା ଓ ବଲାଙ୍ଗିର । ସେହିପରି ୯ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବଜ୍ରପାତ ନେଇ ସତର୍କତା ଜାରି ହୋଇଛି ।