ପ୍ରବଳ ବର୍ଷା ନେଇ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

0

ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ବର୍ଷା । ଆଉ ୩ ଦିନ ବର୍ଷାରେ ଭିଜିବ ସାରା ରାଜ୍ୟ । ଝାଡ଼ଖଣ୍ଡ ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଉପରେ ରହିଥିବା ଘୂର୍ଣ୍ଣିବଳୟ ସହ ମୌସୁମୀ ଟ୍ରାପ୍ ଲାଇନ୍ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବଢ଼ିବ ବର୍ଷା। ତେବେ ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷିବାର ସମ୍ଭାବନା ରହିଛି । ଆଜି ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ ।

ଅଗଷ୍ଟ ୧ରୁ ୪ ମଧ୍ୟରେ ଛତିଶଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୪ ତାରିଖ ବେଳକୁ ଉପକୂଳ ଓଡ଼ିଶାରେ ବର୍ଷା ଛାଡ଼ିଯିବ। ତେବେ ପଶ୍ଚିମ ଓଡ଼ିଶାରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ‌ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି ।

ସେପଟେ ଉପରମୁଣ୍ଡରେ ପ୍ରବଳ ବର୍ଷା ହେତୁ ଗତ ରବିବାର ହୀରାକୁଦର ୨୦ଟି ଗେଟ୍ ଖୋଲା ଯାଇଥିଲା । ମାତ୍ର ଏବେ ସ୍ଥିତି ନିୟନ୍ତ୍ରଣାଧୀନ ଥିବାରୁ ୨ଟି ଗେଟ୍କୁ ବନ୍ଦ କରି ଦିଆଯାଇଛି। ଫଳରେ ଏବେ ହୀରାକୁଦ ଡ୍ୟାମର ୧୮ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ହୀରାକୁଦର ଦୁଇଟି ଗେଟ୍ ବନ୍ଦ ହେବା ଦ୍ୱାରା କଟକ ମୁଣ୍ଡଳୀ ଠାରେ ମହାନଦୀର ଜଳସ୍ତର ହ୍ରାସ ପାଉଛି ।