ଦୁଇ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା

0

ଭୁବନେଶ୍ୱର: ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇଛି । ଗତକାଲି ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାଶ୍ୱର୍ବର୍ତ୍ତୀ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଜି ସକାଳ ଠାରୁ ରାଜଧାନୀ ଭୁବନେଶ୍ୱର ସମେତ ଅନ୍ୟ କିଛି ଉପକୂଳବତ୍ତୀ ଜିଲ୍ଲାରେ ବର୍ଷା ହୋଇଛି । ଏହି ଲଲୁଚାପ ଆଗାମୀ ୨ଦିନ ଯାଏ ଉତ୍ତର ଓଡ଼ିଶା-ଦକ୍ଷିଣ ଝାଡ଼ଖଣ୍ଡ ମଧ୍ୟ ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଥିବାରୁ ଦୁଇ ଦିନ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ସୂଚନା ଅନୁସାରେ ଆଜି କଳାହାଣ୍ଡି, କନ୍ଧମାଳ, ସୋନପୁର, ବଲାଙ୍ଗିର, ବୌଦ୍ଧ, ସମ୍ୱଲପୁର, ଅନୁଗୋଳ, ବରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେ.ମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି।