ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳରୁ ବର୍ଷା ସମ୍ଭାବନା

0

ପାଣିପାଗ: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି। ଏହି ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳରୁ ବର୍ଷା ସମ୍ଭାବନା ରହିଛି। ସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବାବେଳେ ଦକ୍ଷିଣ ଓଡ଼ିଶାରେ ବେଶୀ ବର୍ଷା ହୋଇପାରେ । ତେବେ ଆଜି ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ବଲାଙ୍ଗିର ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଆଜି ୩ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ମାଲକାନଗିରି, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଦକ୍ଷିଣ-ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଲଘୁଚାପ କ୍ଷେତ୍ରଟି ସୃଷ୍ଟି ହୋଇଛି । ଏହା ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିମି ଯାଏ ବ୍ୟାପିଛି।