କଟକ: କରୋନା ସମୟରେ ଘରୋଇ ସ୍କୁଲ ଫି ଛାଡ଼ ମାମଲାର ଶୁଣାଣି କରି ହାଇକୋର୍ଟ ଆଜି ରାଜ୍ୟ ସରକାରଙ୍କ ଠାରୁ ସ୍ପଷ୍ଟୀକରଣ ମାଗିଛନ୍ତି । ସରକାର କେତେ ପ୍ରତିଶତ ଫି କମାଇ ପାରିବେ ତା ଉପରେ ସ୍ପଷ୍ଟିକରଣ ଦେବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ଡିସେମ୍ବର ୨ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
କରୋନା ସମୟରେ ଘରୋଇ ସ୍କୁଲ ଫି ଛାଡ଼ ପାଇଁ ଅଭିଭାବକ ମହାସଂଘ ପକ୍ଷରୁ ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା। କିଛି ଘରୋଇ ସ୍କୁଲ ପକ୍ଷରୁ ଆଗତ ପିଟିସନକୁ ଅଗ୍ରାହ୍ୟ କରିବା ସହ ରାଜ୍ୟ ସରକାରଙ୍କଠାରୁ ସ୍ପଷ୍ଟୀକରଣ ମାଗିଛନ୍ତି ହାଇକୋର୍ଟ । ସ୍କୁଲ ଫି ଛାଡ଼ ସଂପର୍କିତ ମାମଲାରେ ଆଗତ କିଛି ଇଣ୍ଟରଭେନ୍ସନ୍ ପିଟିସନକୁ ମଧ୍ୟ କୋର୍ଟ ଅଗ୍ରାହ୍ୟ କରିଦେଇଛନ୍ତି ।
SR