ହକି ବିଶ୍ୱକପ ପାଇଁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆମନ୍ତ୍ରଣ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ

0

ଭୁବନେଶ୍ୱର : ଓଡ଼ିଶାରେ ଆୟୋଜିତ ହେଉଛି ହକି ବିଶ୍ୱକପ 2023 । ଲଗାତାର ଦ୍ଵିତୀୟ ଥର ଲାଗି ଓଡ଼ିଶାରେ ଆୟୋଜିତ ହେଉଥିବା ବିଶ୍ୱକପ ଲାଗି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଆମନ୍ତ୍ରଣ କରାଯିବ । ଏହି କ୍ରମରେ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀଙ୍କୁ ଆମନ୍ତ୍ରଣ କରିଛନ୍ତି ଓଡ଼ିଶା ସରକାର | ଦ୍ଵିତୀୟ ଥର ପାଇଁ ଓଡ଼ିଶା ଏହି ବିଶ୍ୱକପର ଆୟୋଜନ କରୁଥିବାରୁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏ ନେଇ ସର୍ବଦଳୀୟ ବୈଠକରେ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଏହି କ୍ରମରେ ଆଜି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କୁ ହକି ବିଶ୍ୱକପ ନେଇ ନିମନ୍ତ୍ରଣ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ଶିବରାଜ ସିଂ ଚୌହାନଙ୍କୁ ଭୋପାଳରେ ବ୍ୟକ୍ତିଗତ ଭାବେ ଭେଟି ନିମନ୍ତ୍ରଣ କରିଛନ୍ତି । ଏହା ସହ ଶିବରାଜଙ୍କୁ ହକି ଟି ସାର୍ଟ ଓ ରୌପ୍ୟ ଅଶୋକ ଚକ୍ର ପ୍ରଦାନ କରାଯାଇଛି ।