ରାଜ୍ୟରୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ?

0

ଭୁବନେଶ୍ୱର– ରାଜ୍ୟରେ ଆଉ ୨୦୩୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ ୯ଲକ୍ଷ ୫୩ହଜାର ୦୮୮ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।ଏନେଇ ଟ୍ୱିଟ କରି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧାରୁ ୫୪୦ ଜଣ ରହିଛନ୍ତି ।

 

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୭୦୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୨୫୧୭ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୮୮ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୭୧୫ ଜଣ ଲୋକାଲ୍ କେସ୍ ରହିଛନ୍ତି । ୧୭୪୧୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୪୯୩୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୭୯୭୬୩୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।