ଭୁବନେଶ୍ବର : ୨୦୨୫ରେ ହେବାକୁ ଥିବା ଯୁକ୍ତ ଦୁଇ ପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ଯୁକ୍ତ ଦୁଇ ପ୍ରାକ୍ଟିକାଲ ଓ ଥିଓରୀ ପରୀକ୍ଷା ପାଇଁ ପ୍ରସ୍ତୁତି ଜୋରଦାର ଚାଲିଥିବା ବେଳେ ଫାଇନାଲ୍ ପରୀକ୍ଷା ପାଇଁ ହାତରେ ଆଉ ୪ ମାସ ବାକି ରହିଛି। ତା’ପୂର୍ବରୁ ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇବାକୁ ପରିଷଦ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ନଭେମ୍ବର ୧୫ ସୁଦ୍ଧା ସବୁ ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗେଇବାକୁ ନିର୍ଦ୍ଦେଶ ଦିଆଯାଇଛି । ପୂର୍ବରୁ ପରୀକ୍ଷା କେନ୍ଦ୍ର ଗୁଡ଼ିକରେ ଲାଗିଥିବା ସିସିଟିଭି ସବୁ କିଭଳି କାର୍ଯ୍ୟକ୍ଷମ ହେଉଛି ତା ରିପୋର୍ଟ ବି ଦେବାକୁ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ।
ପରୀକ୍ଷା ସ୍ୱଚ୍ଛ ଓ ସହଜ କରିବାକୁ ପରିଚାଳନା ହବ୍, ସେଣ୍ଟର ସୁପରିଣ୍ଟେଣ୍ଡେଣ୍ଟଙ୍କ ଅଫିସ୍, ଏକଜାମ୍ ହଲ୍ ସହ ସେଲ୍ଫ ଫାଇନାଲିଂ କଲେଜର ସମସ୍ତ ଲାବରେଟୋରିରେ ବି ସିସିଟିଭି ଲଗାଇବାକୁ ବାଧ୍ୟତାମୂଳକ କରାଯାଇଛି।