ଆଜି ୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ

0

ଭୁବନେଶ୍ୱର : ରାଜ୍ୟରେ ଢ଼ାଳୁଛି ବର୍ଷା । ପ୍ରବଳ ବର୍ଷା ପାଇଁ ଆଜି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହବେ। ଏହି ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଥିବା ବେଳେ ଜିଲ୍ଲା ପ୍ରଶାସନକୁ ସତର୍କ ରହିବା ପାଇଁ ଝଜଉ ନିର୍ଦ୍ଦେଶ ଦେଇଛନ୍ତି । ୩ ତାରିଖ ଯାଏଁ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଅନ୍ୟପକ୍ଷରେ ଭୁବନେଶ୍ବର ଓ କଟକ ସହରରେ କାଳବୈଶାଖୀ ସହ ପ୍ରବଳ ବର୍ଷା ହେବାକୁ ଥିବାରୁ ଏସ୍‌ଆରସିଙ୍କ ପକ୍ଷରୁ ବିଏମ୍‌ସି ଓ ସିଏମ୍‌ସି ପ୍ରଶାସନକୁ ସଜାଗ ରହିବାକୁ ପରାମର୍ଶ ଦିଆଯାଇଛି। ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା, ରାସ୍ତା ଓ ଡ୍ରେନ୍‌ ଉପ‌ରେ ପାଣି ଜମି ରହିବା ଭଳି ସମସ୍ୟା ହୋଇପାରେ। ତେଣୁ ଜଳ ନିଷ୍କାସନ ବ୍ୟବସ୍ଥା କରିବା, ପର୍ଯ୍ୟାପ୍ତ ପମ୍ପ ପ୍ରସ୍ତୁତ ରଖିବାକୁ କୁହାଯାଇଛି।

ସେପଟେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀର ଜଳସ୍ତର । ମଥାନୀ ଠାରେ ବିପଦ ସଂକେତ ୫.୫୦ମିଟର ଥିବା ବେଳେ ସକାଳ ୬ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬.୨୨ ମିଟରରେ ପ୍ରବାହିତ ହେଉଛି । ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିବା ସହ ଜଳକା ନଦୀର ଉପର ମୁଣ୍ଡ ମୟୁରଭଞ୍ଜ ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଂ ଜଳସ୍ତର ଅଧିକ ବୃଦ୍ଧି ପାଇବାରେ ଲାଗିଛି । ବିଭିନ୍ନ ସ୍ଥାନରେ ନଦୀବନ୍ଧ ଦୁର୍ବଳ ଥିବାରୁ ବନ୍ୟା ଆଶଙ୍କାରେ ଭୟଭୀତ ଅଛନ୍ତି ନଦୀ ତଟବର୍ତ୍ତୀ ଅଞ୍ଚଳବାସୀ ।