କେନ୍ଦ୍ରାପଡା: ଆସନ୍ତାକାଲି ଠାରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ । ୩ ମାସ ଧରି ବନ୍ଦ ରହିଥିବା ବେଳେ ଆସନ୍ତା କାଲି ପର୍ଯ୍ୟଟକଙ୍କ ପାଇଁ ଖୋଲା ହେବ ଭିତରକନିକା ଜାତୀୟ ଉଦ୍ୟାନ । ଅପରପକ୍ଷରେ ପର୍ଯ୍ୟଟକଙ୍କୁ ସ୍ବାଗତ କରିବା ପାଇଁ ବନବିଭାଗ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । କୁମ୍ଭୀର ପ୍ରଜନନ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ୩ ମାସଧରି ବନ୍ଦ ରହିଥିଲା। ଏହି ସମୟରେ କୁମ୍ଭୀର ହିଂସ୍ର ରହୁଥିବାରୁ ପର୍ୟ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟି ରେ ରଖି ଭିତରକନିକା ବନ୍ଦ ରହିଥିଲା।
ଚଳିତ ଥର ଭିତରକନିକାରେ ପର୍ଯ୍ୟଟକଙ୍କ ପାଇଁ ତିଆରି ହୋଇଛି ‘ସ୍କାଏ ଓ୍ଵାକ୍’ ।ଏହା ଉପରେ ଚାଲିଚାଲି ଜଙ୍ଗଲର ସୌନ୍ଦର୍ଯ୍ୟକୁ ଉପଭୋଗ କରିପାରିବେ ପର୍ୟ୍ୟଟକ । ଭିତରକନିକା ଖୋଲୁଥିବାରୁ ପର୍ଯ୍ୟଟକଙ୍କ ସହ ଭିତରକନିକା ଉପରେ ନିର୍ଭର କରୁଥିବା ବୋଟ, ହୋଟେଲ, ଟ୍ରାଭେଲ୍ ଏଜେନ୍ସି , ଛୋଟ ବ୍ୟବସାୟ, ଟୁରିଷ୍ଟ ଗାଇଡ଼ ମାନେ ଚଳଚଞ୍ଚଳ ହୋଇ ଉଠିଛନ୍ତି ।