ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ

0

ଗଜପତି / ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦମହକୁମା ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀକାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ,ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ. କୁମାର , ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମିଞ୍ଜ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ସୁନିଲ ମହାନ୍ତି ଯୋଗଦାନ କରି ଜନ ଅଭିଯୋଗ ଶୁଣିଛନ୍ତି । ତେବେ ପାରଳାଖେମୁଣ୍ଡି ପୌର ପରିଷଦର ସମେତ କେରାଣ୍ଡି, କତଳକଇଥା, ବାଘଶାଳ, ରାଣୀପେଣ୍ଠ ଓ ସିଧମାଡ଼ଙ୍ଗା ପଞ୍ଚାୟତର ସମୁଦାୟ ମୋଟ- ୬୭ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୫୫ ଗୋଟି, ଗ୍ରାମ ଭିତ୍ତିକ ସମସ୍ୟା- ୧୨ ଗୋଟି ଓ ୩ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି ଏବଂ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଚାରି ଜଣଙ୍କୁ ୧୫ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ ପ୍ରଦାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ମୋ ଘର ଯୋଜନା, ମନରେଗା, ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା, ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।