ସୁବର୍ଣ୍ଣପୁର/ଓମ ପ୍ରକାଶ ମିଶ୍ର: ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ଭାରପ୍ରାପ୍ତ ଜିଲ୍ଲାପାଳ ତଥା ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବୀରେନ୍ଦ୍ର କୁମାର ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୪୦ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୯ ଗୋଟି ଗ୍ରହଣ କରାଯାଇଥିବା ବେଳେ ୧୧ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l ୦୬ ଗୋଟି ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ବିଡିଓ, ଉଲୁଣ୍ଡା କରିଶ୍ମା ବେଶ୍ରା ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ , ଉପଜିଲ୍ଲାପାଳ ବୀରମହାରାଜପୁର ଲଲାଟେନ୍ଦୁ ସି , ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ , ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ,ଜିଲ୍ଳା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ , ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ରେଞ୍ଜର ସଂଜୀବ ରାଉତ, ନିର୍ବାହୀ ଯନ୍ତ୍ରୀ ଟି ପି ଡବ୍ଲୁ ଓ ଡି ଏଲ ଅଶୋକ କୁମାର ମିଶ୍ର, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଅନୁପମା ପଣ୍ଡା, ଜିଲ୍ଲା ଗ୍ରୀଭେନସ ସେଲ ଅଧିକାରୀ ତଥା ଡେପୁଟି କଲେକ୍ଟର ଶୁଭଶ୍ରୀ ରଥ ଓ ଆଇ ସି ଉଲୁଣ୍ଡା ପଞ୍ଚାନନ ନାଏକ, ଅତିରିକ୍ତ ତହସିଲଦାର ଉଲୁଣ୍ଡା ସୋମନାଥ ବେହେରା, ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l