ଆସନ୍ତା କାଲି ଦିନିକିଆ ଓଡିଶା ଗସ୍ତରେ ଆସିବେ ଜେପି ନଡ୍ଡା

0

ଭୁବନେଶ୍ୱର: ଓଡିଶା ଆସିବେ ନଡ୍ଡା । ଆସନ୍ତା କାଲି ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ।ତେବେ ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ।ଦିନ ସାଢେ ୧୧ରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ପାର୍ଟି ଅଫିସରେ ରହି ସାଂସଦ, ବିଧାୟକ, ଦଳୀୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ଏଥିରେ ଦଳୀୟ ସଦସ୍ୟତା ଅଭିଯାନ ନେଇ ମଧ୍ୟ ପରାମର୍ଶ ଦେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ।