ଭୁବନେଶ୍ୱର : କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମଙ୍କ ଧର୍ମପତ୍ନୀ ଝିଙ୍ଗିଆ ଓରାମଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜଣେ ଧର୍ମପରାୟଣ, ମିଷ୍ଟଭାଷୀ, ସମାଜସେବୀ ଓ ପରୋପକାରୀ ମହିଳା ଭାବେ ସେ ସମସ୍ତଙ୍କର ପ୍ରିୟ ଭାଜନ ଥିଲେ । ଜୁଏଲ୍ ଭାଇ ଙ୍କ ଦୀର୍ଘ ରାଜନୈତିକ ଯାତ୍ରା ର ସଫଳତାରେ ତାଙ୍କ ଧର୍ମପତ୍ନୀଙ୍କର ପ୍ରମୁଖ ଭୂମିକା ରହିଥିଲା।
ମୁଖ୍ୟମନ୍ତ୍ରୀ, ଶ୍ରୀ ଓରାମଙ୍କ ଭୁବନେଶ୍ୱର ସ୍ଥିତ ବାସଭବନରେ ପହଞ୍ଚି ସ୍ବର୍ଗତ ଝିଙ୍ଗିଆ ଓରାମଙ୍କ ଶେଷ ଦର୍ଶନ କରିବା ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।
ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇଛନ୍ତି।