ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ

0

କଟକ: ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ଆଜି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଶପଥ ନେଇଛନ୍ତି ।  ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ । ଦିନ ୧୦ଟା ସମୟରେ ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି ଚକ୍ରଧାରୀ ଶରଣ ସିଂ । ଏହି ଶପଥଗ୍ରହଣ ଉତ୍ସବରେ ମୁଖ୍ୟ ଶାସନ ସଚିବଙ୍କ ସମେତ ପୋଲିସ ଡିଜି ଓ ବହୁ ବରିଷ୍ଠ ଅଧିକାରୀ ଯୋଗ ଦେଇଥିଲେ ।  ଗତ ୨ ତାରିଖରେ ଏନେଇ ଆଇନ୍ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କାଇଥିଲା।

ଏହାପୂର୍ବରୁ ସେ ପାଟନା ହାଇକୋର୍ଟରେ ବିଚାରପତି ଥିଲେ। ୧୯୬୩ ଜାନୁଆରୀ ୨୦ ତାରିଖରେ ଜନ୍ମିତ ଜଷ୍ଟିସ୍ ଶରଣ ସିଂ ଦିଲ୍ଲୀ ବିଶ୍ବ ବିଦ୍ୟାଳୟରୁ ଏଲଏଲବି ଡିଗ୍ରୀ ହାସଲ କରିବା ପରେ ୧୯୯୦ ଜାନୁଆରୀରେ ପାଟନା ହାଇକୋର୍ଟରେ ଓକିଲାତି ଆରମ୍ଭ କରିଥିଲେ। ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ୍ ଜେନେରାଲ୍ ଭାବରେ ସେ ୨୨ ବର୍ଷ ଧରି କାର୍ଯ୍ୟ କରିଥିଲେ। ୨୦୧୨ ଏପ୍ରିଲ ୫ ତାରିଖରେ ସେ ପାଟନା ହାଇକୋର୍ଟର ବିଚାରପତି ଭାବରେ ନିଯୁକ୍ତି ପାଇଥିଲେ।