ସୁରସାମ୍ରାଜ୍ଞୀ ଲତା ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି
ଦେଶରେ ଧୀରେ ଧୀରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ନିକଟରେ ସୁରସାମ୍ରାଜ୍ଞୀ ଲତା ମଙ୍ଗେସକର କରୋନାରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ।
(ମୁମ୍ବାଇ) : ଦେଶରେ ଧୀରେ ଧୀରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ନିକଟରେ ସୁରସାମ୍ରାଜ୍ଞୀ ଲତା ମଙ୍ଗେସକର କରୋନାରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଲତା ଏବେ ବି ଆଇସିୟୁରେ ଚିକିତ୍ସାଧୀନ ଥିବା ବେଳେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ପରିଲକ୍ଷିତ ହେଉଛି ବୋଲି ସୂଚନା ମିଳିଛି ।
ସୂଚନାନୁଯାୟୀ ,ତାଙ୍କ ପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରିବାକୁ କହିଛନ୍ତି ଡାକ୍ତର। ଗତ ୮ ଜାନୁଆରୀରେ ୯୨ ବର୍ଷୀୟା ଲତା ପଜିଟିଭ ଚିହ୍ନଟ ହୋଇଥିଲେ। ଏହାପରଠୁ ବୟସାଧୀକ ହେତୁ ତାଙ୍କୁ ତୁରନ୍ତ ବ୍ରିଚକାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ ନିମୋନିଆରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା। ଏବେ ଆଇସିୟୁରେ ତାଙ୍କ ଚିକିତ୍ସା ଚାଲିଛି।