ସମ୍ଭାବ୍ୟ ବାତ୍ୟା ପାଇଁ ୫ ଜିଲ୍ଲାରେ କୃଷି ବିଭାଗ ଅଧିକାରୀଙ୍କ ଛୁଟି ବାତିଲ

0

ଭୁବନେଶ୍ୱର:  ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ଗତ ୬ଘଣ୍ଟାରେ ଘଣ୍ଟା ପ୍ରତି ୧୩ କିମି ବେଗରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଆହୁରି ଘନୀଭୂତ ହୋଇ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଗଭୀର ଅବପାତରେ ପରିଣତ ହୋଇଛି । ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୫ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ନୟାଗଡ଼ା, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କଟକ ଜିଲ୍ଲର କିଛି ସ୍ଥାନାରେ ମାତ୍ରଧିକ ବର୍ଷାର ପୂର୍ବାନୁମାନ କରାଯାଇଛି । ଏଥିସହ ୫ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମର କୃଷି ବିଭାଗ ଅଧିକାରୀଙ୍କ ରବିବାର ଛୁଟି ବାତିଲ କରାଯାଇଛି । ସମ୍ଭାବ୍ୟ ଅଦିନିଆ ବର୍ଷା ଯୋଗୁ ଫସଲ ସୁରକ୍ଷା ପାଇଁ ଚାଷୀଙ୍କୁ ପରାମର୍ଶ ଦେଇଛି କୃଷି ବିଭାଗ ।