୧୯ ରୁ ୨୧ ମଧ୍ୟରେ ୯ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ ଜାରୀ । ଜଗତସିଂହପୁର, କେନ୍ଦ୍ରପଡା, ଭଦ୍ରକ, ବାଲେଶ୍ୱର, ଯାଜପୁର, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜରେ ବର୍ଷା ହେବା ସମ୍ଭାବନା । ୧୯ ତାରିଖ ମଧ୍ୟରେ ଶୁଖିଲା ପାଗ ଅପରିବର୍ତ୍ତିତ ରହିବ ।
ତେବେ ୧୯ ତାରିଖ ସକାଳ ସାଢେ ୮ ଟାରୁ ୨୦ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ କଟକ, ଯାଜପୁର,ଜଗତସିଂହପୁର,କେନ୍ଦ୍ରାପଡା,ଭଦ୍ରକ, କେନ୍ଦୁଝର,ବାଲେଶ୍ୱର, ଓ ମୟୁରଭଞ୍ଜ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏବେ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଆସନ୍ତା ଦୁଇ ଦିନ ଉତ୍ତର ଉପକୂଲ ଓଡିଶାର ଜିଲ୍ଲା ଗୁଡିକରେ ସକାଳ ସମୟରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡି ପଡିପାରେ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିବାଗରୁ ସୂଚନା ଦିଆଯାଇଛି ।