ବ୍ୟୁରୋ : ବଦଳିବ ପାଣିପାଗ । କିଛି ଜିଲ୍ଲାରେ ଆସନ୍ତାକାଲି ଠାରୁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ସେନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରିଯାଇଛି ।
ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁସାରେ, ଆସନ୍ତା ୧୯ ତାରିଖରେ କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର ଓ ମୟୁରଭଞ୍ଜ ଜିଲ୍ଲାର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୨୦ ତାରିଖରେ କଟକ, କେନ୍ଦ୍ରାପଡା, ଢେଙ୍କାନାଳ, ଜଗତସିଂହପୁର, ଯାଜପୁର, ଭଦ୍ରକ, କେନ୍ଦୁଝର, ବାଲେଶ୍ୱର ଓ ମୟୁରଭଞ୍ଜ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।
ଅନ୍ୟପକ୍ଷେ ବର୍ତ୍ତମାନ ସ୍ଥିତିର ତାତି ଆକଳନ କରି ଉଚ୍ଚ ଶିକ୍ଷା ବିଭାଗ ସତର୍କ କରାଇଲା । ସମସ୍ତ ଡିଗ୍ରୀ କଲେଜ ଓ ବିଶ୍ବବିଦ୍ୟାଳୟମାନଙ୍କୁ ବିଭାଗ ପକ୍ଷରୁ ଚିଠି ଜାରି ହୋଇଛି । ସମସ୍ତ ଡିଗ୍ରୀ କଲେଜ ଓ ବିଶ୍ବବିଦ୍ୟାଳୟମାନଙ୍କୁ ବିଭାଗ ପକ୍ଷରୁ ଚିଠି ଜାରି ହୋଇଛି। ଅପରାହ୍ନରେ ଆଉଟଡୋର କାର୍ୟ୍ୟକଳାପ ପାଇଁ ବାରଣ କରାଯାଇଛି। ପିଇବା ପାଣି, ଓଆରଏସ ଆଦି ମହଜୁଦ ରଖିବାକୁ ଚିଠିରେ ଉଲ୍ଲେଖ କରାଯାଇଛି ।