(ଜ୍ୟୋତି ରଞ୍ଜନ ଧର)କଣିହାଁ: ଅନୁଗୋଳ ଜିଲ୍ଲା ବେନ୍ତପୁର ଗାଁରେ ଶନିବାର ଦିନ ବଜ୍ରପାତରେ ଦୁଇ ଜଣ ଚାଷୀଙ୍କର ମୃତ୍ୟୁ ହୋଇଛି । ମୃତକ ୨ ଜଣ ହେଲେ ଗିରିଷ ବେହେରା ଓ ପ୍ରତାପ ବେହେରା । ଉଭୟ ଆଜି ବିଲରେ କାମ କରୁଥିବା ବେଳେ ବଜ୍ରପାତ ହୋଇଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ଅନୁଗୋଳ ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରା ଯାଇଥିଲା । ତେବେ ସେଠାରେ ଉଭୟଙ୍କୁ ଚିକିତ୍ସା କରୁଥିବା ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ । ଏଭଳି ଅଭାବନୀୟ ଘଟଣା ଘଟିବା ନେଇ ସମଗ୍ର ବେନ୍ତପୁର ଗ୍ରାମରେ ଶୋକର ଛାୟା ଖେଳି ଯାଇଛି ।