ରାଜ୍ୟରେ ବଢୁଛି ମଦ ବିକ୍ରି : ବିଧାନସଭାରେ ଲିଖିତ ଉତ୍ତର ରଖିଲେ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ

0

ଭୁବନେଶ୍ୱର:   ରାଜ୍ୟରେ ବଢୁଛି ମଦ ବିକ୍ରି । ଗତ ବର୍ଷ ୨୦୨୨-୨୩ରେ ୫ କୋଟି ୮୩ ଲକ୍ଷ ୪୪ ହଜାର ବିଦେଶୀ ମଦ ବିକ୍ରି ହୋଇଥିବା ବେଳେ ୨୦୨୩-୨୪ ରେ ୫ କୋଟି ୮୮ ଲକ୍ଷ ୮୫ ହଜାର ବିଦେଶୀ ମଦ ବିକ୍ରି ହୋଇଛି। ସେହିପରି ୨୦୨୨-୨୩ ରେ ୧୨ କୋଟି ୯ ଲକ୍ଷ ୬୭ ହଜାର ବଲକ ଲିଟର ବିକ୍ରି ହୋଇଥିବା ବେଳେ ୨୦୨୩-୨୪ ରେ ଏହା ବଢି ୧୫ କୋଟି ୩୫ ଲକ୍ଷ ୭୨ ହଜାର ବଲକ ଲିଟର ବିକ୍ରି ହୋଇଛି। ସେହିପରି ଦେଶୀ ମଦ ର ମଧ୍ୟ ବଢିଛି ଚାହିଦା । ୨୦୨୨-୨୩ ରେ ୮୪ ଲକ୍ଷ ୩୭ ହଜାର ଲିଟର ଦେଶୀ ମଦ ବିକ୍ରି ହୋଇଥିବା ବେଳେ ୨୦୨୩-୨୪ ରେ ୯୮ ଲକ୍ଷ ୪୩ ହଜାର ଲିଟର ମଦ ବିକ୍ରି ହୋଇଛି । ସେହିପରି ଅବକାରୀ ରାଜସ୍ୱ ମଧ୍ୟ ବଢି ୨୦୨୩-୨୪ ରେ ୭ ହଜାର ୨୧୬ କୋଟି ୯୯ ଲକ୍ଷ ରେ ପହଞ୍ଚିଛି।

ବରଗଡ଼ ଜିଲ୍ଲାରୁ ଆସିଛି ସର୍ବାଧିକ ୧୨୪ କୋଟି ୯୯ ଲକ୍ଷର ଅବକାରୀ ରାଜସ୍ୱ । ଦ୍ୱିତୀୟରେ ରହିଛି ଗଞ୍ଜାମ ଜିଲ୍ଲା ଯେଉଁଠି ୯୬ ଲକ୍ଷ ୧୦ କୋଟି ଟଙ୍କାର ଅବକାରୀ ରାଜସ୍ୱ। ବିଧାନସଭାରେ ଲିଖିତ ଉତ୍ତର ରଖିଲେ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।