ଭୁବନେଶ୍ୱର : ଜାନୁଆରୀ ୨୬ ସାଧାରଣତନ୍ତ୍ର ଦିବସ ଅବସରରେ କିଏ କେଉଁଠି ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ତାଲିକା ପ୍ରକାଶ ପାଇଛି । ଆସନ୍ତା ସାଧାରଣତନ୍ତ୍ର ଦିବସରେ ରାଜ୍ୟପାଳ ଭୁବନେଶ୍ୱରର ଲୋୟର ପିଏମଜିରେ ପତାକା ଉତ୍ତୋଳନ କରିବେ। ଏହାବାଦ୍ ୧୬ ଜଣ ମନ୍ତ୍ରୀ ୧୬ ଟି ଜିଲାର ସଦର ମହକୁମାରେ, ୩ଟି ସ୍ଥାନରେ ଆରଡିସି ଏବଂ ୧୩ଟି ଜିଲାରେ ସ୍ଥାନୀୟ ଜିଲାପାଳ ପତାକା ଉତ୍ତୋଳନ କରିବେ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକରେ ପତକା ଉତ୍ତୋଳନ କରିବାକୁ ଥିବାବେଳେ ପୁରୀରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଖୋର୍ଦ୍ଧାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ସୁନ୍ଦରଗଡ଼ରେ ସୁରେଶ ପୂଜାରୀ, ସୁବର୍ଣ୍ଣପୁରରେ ରବିନାରାୟଣ ନାୟକ, କୋରାପୁଟରେ ନିତ୍ୟାନନ୍ଦ ଗଣ୍ଡ, ଜଗତସିଂହପୁରରେ କୃଷ୍ଣଚନ୍ଦ୍ର ପାତ୍ର, ଯାଜପୁରରେ ପୃଥ୍ୱୀରାଜ ହରିଚନ୍ଦନ, ରାୟଗଡ଼ାରେ ମୁକେଶ ମହାଲିଙ୍ଗ, ଗଜପତିରେ ବିଭୂତିଭୂଷଣ ଜେନା, ବାଲେଶ୍ୱରରେ କୃଷ୍ଣଚନ୍ଦ୍ର ମହାପାତ୍ର, କେନ୍ଦୁଝରରେ ଗଣେଶରାମ ସିଂ ଖୁଣ୍ଟିଆ, ନୂଆପଡ଼ାରେ ସୂର୍ଯ୍ୟବଂଶୀ ସୂରଜ, ଢେଙ୍କାନାଳରେ ପ୍ରଦୀପ ବଳସାମନ୍ତ, ମାଲକାନଗିରିରେ ଗୋକୁଳାନନ୍ଦ ମଲ୍ଲିକ ଓ ନୟାଗଡ଼ରେ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ପତକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଛି । ଅନ୍ୟପକ୍ଷରେ କେନ୍ଦ୍ରାପଡ଼ା, ବ୍ରହ୍ମପୁର ଓ ରାଉରକେଲାରେ ଆରଡିସି ପତକା ଉତ୍ତୋଳନ କରିବେ । ସେହିପରି ଅନୁଗୁଳ, ବାରିପଦା, ବରଗଡ଼, ଭଦ୍ରକ, ବଲାଙ୍ଗୀର, ବୌଦ୍ଧ, ଦେଓଗଡ଼, ଛତ୍ରପୁର, ଝାରସୁଗୁଡ଼ା, କଳାହାଣ୍ଡି, ନବରଙ୍ଗପୁର, ସମ୍ବଲପୁର ଓ ଫୁଲବାଣୀରେ ଜିଲ୍ଲାପାଳମାନେ ପତାକା ଉତ୍ତୋଳନ କରିବେ ।