ଭୁବନେଶ୍ୱର : ଆଗକୁ ଆସୁଛି ଦେବଦେବ ମହାଦେବଙ୍କ ମହାଶୀବ ରାତ୍ରୀ । ୨ ବର୍ଷ ପରେ ପ୍ରଭୁଙ୍କ ମନ୍ଦିରରେ ଲାଗିବ ଭକ୍ତଙ୍କ ଗହଳି । ଆସନ୍ତା ୧୮ ତାରିଖରେ ମହାଶିବରାତ୍ରୀ ଥିବାରୁ ଆଜି ପ୍ରଭୁ ଲିଙ୍ଗରାଜଙ୍କ ନୀତି ନିର୍ଘଣ୍ଟ ହୋଇଛି । ସୂଚନା ଅନୂଯାୟୀ ରାତି ୧୦ଟାରେ ମହାଦୀପ ଉଠିବ । ଏହାପରେ ଭକ୍ତିମାନେ ରାତି ୧୦ଟାରୁ ରାତି ୧୧ଟା ପର୍ୟ୍ୟନ୍ତ ସାହାଣମେଲା ଦର୍ଶନ କରିପାରିବେ । ନିର୍ଘଣ୍ଟରେ ଉଲ୍ଲେଖ ରହିଥିବା ନୀତି ଅନୁଶାରେ ପ୍ରଭୁ ଲିଙ୍ଗରାଜଙ୍କର ରାତି ୩ଟାରୁ ମଙ୍ଗଳ ଆଳତୀ ଓ ଅବକାଶ ନୀତି କରାଯିବ । ଏହାପରେ ଭୋର ସାଢେ ୩ଟାରୁ ୧୧ଟା ଯାଏଁ ସାହାଣ ମେଲାଦର୍ଶନ ହେବ । ଦିନ ୧୨ଟାରେ ମହାସ୍ନାନ ହେବ । ଏହାପରେ ଅପରାହ୍ନ ୩.୪୫ରୁ ୪.୪୫ ପର୍ୟ୍ୟନ୍ତ ଘଣ୍ଟାଏ ଧରି ସାହାଣମେଲା ଦର୍ଶନ ହେବ । ତେବେ ସନ୍ଧ୍ୟା ୭ଟାରେ ଶ୍ରୀଜୀଉଙ୍କ ପହୁଡ ପଡିବ । ଏହାପରେ ସନ୍ଧ୍ୟା ଆଳତୀ, ମାଜଣା ଓ ଯାତ୍ରା ପୂଜା ହେବ ।