ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ; ଆଗାମୀ ୩ ଘଣ୍ଟା ପାଇଁ ଟୁଇନ ସିଟି ସହ ୧୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର

0

ଭୁବନେଶ୍ୱର: ସୃଷ୍ଟି ହେଲା ଲଘୁଚାପ । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । । ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି । ପ୍ରଭାବରେ ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ।ତେବେ ବର୍ଷା ପାଇଁ ଆଗାମୀ ୩ ଘଣ୍ଟା ପାଇଁ ଟୁଇନ ସିଟି ସହ ୧୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଟୁଇନସିଟି ସହ ଢେଙ୍କାନାଳ, ଅନୁଗୁଳ, ବାଲେଶ୍ବର, ଭଦ୍ରକ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୋନପୁର, ନୂଆପଡ଼ା, ବୌଦ୍ଧ, ଯାଜପୁର ଓ ବଲାଙ୍ଗୀରକୁ ବର୍ଷା ସତର୍କତା ଜାରି ହୋଇଛି ।