ଭୁବନେଶ୍ବର: ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।ତେବେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ । ଆଜି ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।