ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା

0

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ ଜନୀତ ବର୍ଷା । ଉତ୍ତର ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମ ବଙ୍ଗ ଓ ଓଡିଶା ଉପକୂଳରେ ସକ୍ରୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ଦକ୍ଷିଣ ଓ ପଶ୍ଚିମ ଓଡିଶାରେ ପ୍ରବଳ ବର୍ଷା ହେଇଛି । ଆଜି ବି ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ପାଇଁ ପଶ୍ଚିମ ଓଡିଶାର ୭ ଜିଲ୍ଲା ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗିର ଓ ନୂଆପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୧୨ରୁ ୨୦ ସେଣ୍ଟିମିଟର ଯାଏ ବର୍ଷିପାରେ ।ସେହିପରି ୯ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ଜାରି କରିଛି ୟେଲୋ ୱାର୍ଣ୍ଣିଂ । ସେସବୁ ଜିଲ୍ଲାର କିଛି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷା ସମ୍ଭାବନା ରହିଛି । ୨୪ ଘଣ୍ଟା ପରେ ରାଜ୍ୟରେ ବର୍ଷା ପ୍ରଭାବ କମିବ । ଆସନ୍ତାକାଲି ପାଇଁ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ରେକର୍ଡ ହୋଇଛି ହାରାହାରି ୨୩ ମିଲିମିଟର ବର୍ଷା ।