ମହାପ୍ରଭୁ ଜଗନ୍ନାଥଙ୍କ ଜମି ଜାଲିଆତି ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଥାନାରେ ଏତଲା

0

ପୁରୀ :  ମହାପ୍ରଭୁ ଜଗନ୍ନାଥଙ୍କ ଜମି ଜାଲିଆତି ନେଇ ଥାନାରେ ଏତଲା ।  ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପୁରୀ ବାସେଳିସାହି ଥାନାରେ ଏତଲା ଦିଆଯାଇଛି । ମାଟିତୋଟା ମୌଜାରେ ମହାପ୍ରଭୁଙ୍କ ଜମି ଜାଲିଆତି ଅଭିଯୋଗ ହୋଇଛି ।  ମହାପ୍ରଭୁଙ୍କ ନାଁରେ  ଥିବା ଜମି ବେଆଇନ ଭାବେ ହସ୍ତାନ୍ତର ଉଦ୍ୟମ କରାଯାଇଛି । ଜମିକୁ ଜବର ଦଖଲ କରି ବେଆଇନ ଭାବେ ହସ୍ତାନ୍ତର ଉଦ୍ୟମ ଅଭିଯୋଗ ହୋଇଛି ।  ମୋଟ ୧୦୯ଟି ପ୍ଲଟକୁ ବେଆଇନ ଭାବେ ହାତେଇବା ଉଦ୍ୟମ ଅଭିଯୋଗ ହୋିଛି ।  ଏସବୁ କଦାପି ବରଦାସ୍ତ କରାଯିବନି କହିଲା ଶ୍ରୀମନ୍ଦିର ପ୍ରଶାସନ । ଏହା ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ  ପାଇଁ ଅନୁରୋଧ କଲେ ମୁଖ୍ୟ ପ୍ରକାଶକ । ପୁରୀ ଜିଲ୍ଲାପାଳ ଓ ଏସପିଙ୍କୁ କାର୍ଯ୍ୟାନୁଷ୍ଠାନ ପାଇଁ ଅନୁରୋଧ କଲେ ।