କଟକ : ମାହାଙ୍ଗା ଡବଲ ମର୍ଡର ମାମଲା । ପୂର୍ବତନ ଆଇନ ମନ୍ତ୍ରୀ ତଥା ପୂର୍ବତନ ବିଧାୟକ ପ୍ରତାପ ଜେନାଙ୍କୁ ହାଇକୋର୍ଟରୁ ମଲିଲା ଆଶ୍ୱସ୍ତି । ମାମଲାରେ ତାଙ୍କର ସଂପୃକ୍ତି ନଥିବା ଏକପ୍ରକାର ସ୍ପଷ୍ଟ ହୋଇଯାଇଛି । ଡବଲ ମର୍ଡର ଘଟଣାରେ ପ୍ରତାପଙ୍କ ବିରୋଧରେ ପ୍ରୋଟେଷ୍ଟ ପିଟିସନ ଦାଖଲ କରିଥିଲେ ମୃତକଙ୍କ ପରିବାର । ପ୍ରତାପଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ କରି ତଦନ୍ତ କରି ବାକୁ ନିର୍ଦ୍ଦେଶ ଦେଇଥିଲେ ସାଲେପୁର JMFC କୋର୍ଟ । ଯାହାକୁ ବିରୋଧ କରି ହାଇକୋର୍ଟରେ କ୍ରିମିନାଲ ରିଭ୍ୟୁ ପିଟିସନ ଦାଖଲ କରିଥିଲେ ପ୍ରତାପ ଜେନା । ଯାହାର ଶୁଣାଣି କରି ୨୫ ସେପ୍ଟେମ୍ବର ୨୦୨୩ ମସିହାରେ ସାଲେପୁର JMFC କୋର୍ଟ ଦେଇଥିବା ରାୟକୁ ଖାରଜ କଲେ ହାଇକୋର୍ଟ । ତଳ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ପ୍ରତାପ। ହାଇକୋର୍ଟଙ୍କ ଏହି ରାୟ ପରେ ପ୍ରତାପ ଏବେ ଦୋଷମୁକ୍ତ ହୋଇଛନ୍ତି।